102

ରାଜ୍ୟରେ ଲାଗି ରହିବ ପ୍ରବଳ ବର୍ଷା

ଭୁବନେଶ୍ୱର ,୧୩/୦୮: ଆଜିଠୁ ରାଜ୍ୟରେ  ୨-୩ ଦିନ ବର୍ଷାର  ପ୍ରକୋପ ଅଧିକ ରହିବ ବୋଲି ପାଣିପାଗ ବିଭାଗ ପୂର୍ବାନୁମାନ କରିଛି । ଗୁରୁବାର ସୁଦ୍ଧା ଉତ୍ତର ପୂର୍ବ ବଙ୍ଗୋପସାଗରରେ ଏକ ଲଘୁଚାପ ସୃଷ୍ଟି ହେବା ସମ୍ଭାବନା ରହିଛି । କୋରାପୁଟ, କେନ୍ଦ୍ରାପଡ଼ା, ଯାଜପୁର, ଭଦ୍ରକ, ଅନୁଗୁଳ ଓ ସମ୍ବଲପୁର ଜିଲ୍ଲାର ସ୍ଥାନେ ସ୍ଥାନେ ପ୍ରବଳ ବର୍ଷା ହୋଇପାରେ । ୧୪ ତାରିଖରେ ପୁରୀ, କନ୍ଧମାଳ, ଜଗତସିଂହପୁର, ଢେଙ୍କାନାଳ, ଅନୁଗୁଳ, ଯାଜପୁର, କେନ୍ଦ୍ରାପଡ଼ା, ବାଲେଶ୍ୱର, ଭଦ୍ରକ, ଦେବଗଡ଼ର ସ୍ଥାନେ ସ୍ଥାନେ ଅଧିକ ବର୍ଷିପାରେ ।ସେହିପରି ୧୫ରେ ବର୍ଷା ପରିମାଣ ଆହୁରି ବଢ଼ିପାରେ । ସମ୍ବଲପୁର, ସୋନପୁର, ଦେବଗଡ଼, ସୁନ୍ଦରଗଡ଼, କେନ୍ଦୁଝର, ବଲାଙ୍ଗିରରେ ପ୍ରବଳରୁ ପ୍ରବଳତର ବର୍ଷା ହୋଇପାରେ ।
Spread the love