108

ଲାଗି ରହିବ ପ୍ରବଳ ବର୍ଷା : ୧୨ ଜିଲ୍ଲାକୁ ଅରେଞ୍ଜ ଓ୍ଵାର୍ଣ୍ଣିଂ

ଭୁବନେଶ୍ୱର,୧୫/୮ : ପଶ୍ଚିମବଙ୍ଗରେ  ସୃଷ୍ଟି ହୋଇଥିବା ଲଘୁଚାପ କ୍ଷେତ୍ର ‘ୱେଲ ମାର୍କଡ୍‌ ଲୋ ପ୍ରେସର’ରେ ପରିଣତ ହୋଇଛି । ଏହା ବର୍ତ୍ତମାନ ସମୁଦ୍ର ପତ୍ତନଠାରୁ ୯.୫ କିଲୋମିଟର ଉଚ୍ଚତାରେ ଦକ୍ଷିଣ-ପଶ୍ଚିମ ଦିଗକୁ ବିସ୍ତାରିତ ହେବା ସହ ପଶ୍ଚିମ-ପଶ୍ଚିମ ଦିଗକୁ ଗତି କରିବାର ସମ୍ଭାବନା ରହିଛି । ଏହାବାଦ୍‌ ୧୯ ଅଗଷ୍ଟରେ ଉତ୍ତର ବଙ୍ଗୋପସାଗରରେ ଏକ ନୂତନ ଲଘୁଚାପ କ୍ଷେତ୍ର ସୃଷ୍ଟି ହେବାର ମଧ୍ୟ ସମ୍ଭାବନା ରହିଛି । ଫଳରେ ଆସନ୍ତା ୨୪ ଘଣ୍ଟା ମଧ୍ୟରେ ରାଜ୍ୟର ବହୁ ଜିଳ୍ଲାରେ ପ୍ରବଳରୁ ଅତିପ୍ରବଳ ବର୍ଷା ହେବାର ସମ୍ଭାବନା ରହିଛି । ରବିବାର ମଧ୍ୟାହ୍ନ ମଧ୍ୟରେ ରାଜ୍ୟର ସମ୍ବଲପୁର, ଦେବଗଡ, ବରଗଡ, ଝାରସୁଗୁଡା, ଅନୁଗୁଳ, ବଲାଙ୍ଗୀର, ନୂଆପଡା, ସୁନ୍ଦରଗଡ, କେନ୍ଦୁଝର, ଢ଼େଙ୍କାନାଳ, ଯାଜପୁର ଏବଂ ମାଲକାନଗିରିର ବହୁ ସ୍ଥାନରେ ପ୍ରବଳରୁ ଅତି ପ୍ରବଳ ବର୍ଷା ହେବାର ସମ୍ଭାବନା ରହିଛି
Spread the love