108

ରାଜ୍ୟରେ ୮ କରୋନା ଆକ୍ରାନ୍ତଙ୍କ ମୃତ୍ୟୁ

ଭୁବନେଶ୍ବର ,୧୫/୦୯: ରାଜ୍ୟରେ ହୁ ହୁ ହୋଇ କରୋନା ଆକ୍ରାନ୍ତଙ୍କ ସଂଖ୍ୟା ବଢିବାରେ ଲାଗିଛି । ଆଜି ରାଜ୍ୟରେ ୧୧ ଜଣ କରୋନାରେ ପ୍ରାଣ ହରାଇଛନ୍ତି । ୮ ମୃତକଙ୍କ ମଧ୍ୟରୁ କଟକରୁ ସର୍ବାଧିକ ୩ଜଣଙ୍କ ମୃତ୍ୟୁ ହୋଇଥିବାବେଳେ ବୌଦ୍ଧ,କନ୍ଧମାଳ,ରାୟଗଡ଼ା,ସମ୍ବଲପୁର,ସୁବର୍ଣ୍ଣପୁରରୁ ଜଣେ ଲେଖାଏଁ ବ୍ୟକ୍ତିଙ୍କର ମୃତ୍ୟୁ ହୋଇଛି । ଏହାକୁ ମିଶାଇ ରାଜ୍ୟରେ ମୋଟ୍ କରୋନାଜନିତ ମୃତ୍ୟୁ ସଂଖ୍ୟା ୬୪୫କୁ ବୃଦ୍ଧି ପାଇଛି । ଏନେଇ ରାଜ୍ୟ ସ୍ବାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ପକ୍ଷରୁ ଟ୍ବିଟ୍ ଯୋଗେ ସୂଚନା ଦିଆଯାଇଛି ।
Spread the love