86

ରାଜ୍ୟରେ ୭ କରୋନା ଆକ୍ରାନ୍ତଙ୍କ ମୃତ୍ୟୁ

ଭୁବନେଶ୍ୱର,୨୭ /୮ : ରାଜ୍ୟରେ ହୁ ହୁ ହୋଇ କରୋନା ଆକ୍ରାନ୍ତ ଙ୍କ ସଂଖ୍ୟା ବଢିବାର ଲାଗିଛି । ଆଜି ରାଜ୍ୟରେ ୩୩୮୪ ଜଣ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଥିବା ବେଳେ ଆଉ ୭ ଜଣଙ୍କର ମୃତ୍ୟୁ ହୋଇଛି । ତେବେ ଆଜି ସମ୍ବଲପୁରରୁ ସର୍ବାଧିକ ୩ କରୋନା ଆକ୍ରାନ୍ତଙ୍କ ମୃତ୍ୟୁ ହୋଇଛି । ସେହିପରି ବରଗଡରୁ ୨, ଭଦ୍ରକ ଓ ଖୋର୍ଦ୍ଧାରୁ ଜଣେ ଲେଖାଏଁ କରୋନା ଆକ୍ରାନ୍ତଙ୍କର ମୃତ୍ୟୁ ହୋଇଛି । ଏହି ସହ ରାଜ୍ୟରେ କରୋନା ମୃତ୍ୟୁ ସଂଖ୍ୟା ୪୪୮କୁ ବୃଦ୍ଧି ପାଇଛି । ଏନେଇ ରାଜ୍ୟ ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ପକ୍ଷରୁ ସୂଚନା ଦିଆଯାଇଛି ।

Spread the love